Warning: session_start(): open(/home/z0bkvexwnqtm/public_html/cgpt.in/src/var/sessions/sess_g4ev9slp6vnotip1s7grdcde7r, O_RDWR) failed: Disk quota exceeded (122) in /home/z0bkvexwnqtm/public_html/cgpt.in/src/bootstrap.php on line 59

Warning: session_start(): Failed to read session data: files (path: /home/z0bkvexwnqtm/public_html/cgpt.in/src/var/sessions) in /home/z0bkvexwnqtm/public_html/cgpt.in/src/bootstrap.php on line 59
A low pressure: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୩୧ ଯାଏଁ ବର୍ଷା, ସେପ୍ଟେମ୍ବର ୧ରୁ କମିବ ପ୍ରଭାବ - CGPT.IN

A low pressure: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୩୧ ଯାଏଁ ବର୍ଷା, ସେପ୍ଟେମ୍ବର ୧ରୁ କମିବ ପ୍ରଭାବ

59 minutes ago 2
ARTICLE AD BOX

ଭୁବନେଶ୍ବର: ଉତ୍ତର ଓଡ଼ିଶା ଉପକୂଳରେ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବ। ପ୍ରଭାବରେ ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଅତିପ୍ରବଳ ବର୍ଷା ହେବ। ସେପ୍ଟେମ୍ବର ୧ରୁ ବର୍ଷାର ପ୍ରଭାବ କମିବ। ଲଘୁଚାପ କାରଣରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ୬୦ କିମି ବେଗରେ ଝଟକା ପବନ ବହିବାର ଆଶଙ୍କା ରହିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Weather: ଚୀନର ସତର୍କ ସୂଚନା; ନେପାଳରେ ୩ ଦିନ ମଧ୍ୟରେ ପୁଣି ବନ୍ୟା ଆଶଙ୍କା

ଭାରତୀୟ ପାଣିପାଗ ବିଭାଗ ଭୁବନେଶ୍ବର କାର୍ଯ୍ୟାଳୟ ମୁଖ୍ୟ ଡ. ମନୋରମା ମହାନ୍ତି କହିଛନ୍ତି, ଆଜି ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୫୯ ମିମି ବର୍ଷା ହୋଇଛି। ୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଗଜପତି ଜିଲ୍ଲାରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକାଳ ସାଢ଼େ ୫ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି।

ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ
ସେପ୍ଟେମ୍ବର ୧ରୁ କମିବ ପ୍ରଭାବ

ଏହା ଅଧିକ ସ୍ପଷ୍ଟ ହେବା ସହ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏହି ଅଞ୍ଚଳ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ଅଞ୍ଚଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ପବନ ବହିବାର ଆଶଙ୍କା ରହିଛି। ଆଗାମୀ ୫ ଦିନ ଚା‌ଷୀମାନେ ସତର୍କ ରହିବାକୁ କୁହାଯାଇଛି। 

Literary Water Weather: ସାହିତ୍ୟିକ ପାଣିପାଗ: ‘ଜାତୀୟକବି’ ଦୁଇ, ‘ପଲ୍ଲୀକବି’ ବି ଦୁଇ?

ଅଗଷ୍ଟ ୩୦‌ରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏହି ଅଞ୍ଚଳ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ଦେବଗଡ଼, ଅନୁଗୋଳ, ଯାଜପୁର, କଟକ, ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ ୩୧ରେ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ କମ୍‌ ରହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେପ୍ଟେମ୍ବର ୧ରୁ ବର୍ଷା ପ୍ରଭାବ କମିବା ଆରମ୍ଭ ହେବ। ତଥାପି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେପ୍ଟେମ୍ବର ୨ରେ ରାଜ୍ୟରେ ପ୍ରାୟ ସବୁ ସ୍ଥାନରେ ବର୍ଷାର ପ୍ରଭାବ କମିବ। ତଥାପି ରାଜ୍ୟର ସବୁ ଜିଲ୍ଲା ପାଇଁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଅଗଷ୍ଟ ୩ରେ ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଅଗଷ୍ଟ ୪ରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.