Central Team Assesses Damage ଗଞ୍ଜାମ ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍: ପ୍ରାଥମିକ ଆକଳନରେ ୫୦୦କୋଟି ଟଙ୍କା କ୍ଷତି

1 hour ago 1
ARTICLE AD BOX

ଛତ୍ରପୁର(ବସନ୍ତ କୁମାର ମହାରଣା): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ଗଞ୍ଜାମ ଜିଲ୍ଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ଆକଳନ ନିମନ୍ତେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବି ଶଙ୍କରଙ୍କ ନେତୃତ୍ୱରେ ଆଠଜଣିଆ ଅନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ପ୍ରତିନିଧି ଦଳ ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି। ପ୍ରାଥମିକ ଆକଳନରେ ଗଞ୍ଜାମ ଜିଲ୍ଲାରେ ପ୍ରାୟ ୫ଶହ କୋଟି ଟଙ୍କାର ସମ୍ପତ୍ତି କ୍ଷତି ହୋଇଥିବା ଜଣାଯାଇଛି। 

ସମୁଦ୍ର ଜୁଆର ରୋକିବାକୁ ନିର୍ମାଣ ହେବ ଲୁଣାବନ୍ଧ, କେନ୍ଦ୍ରୀୟ ଟିମ୍‌ ଓ ରାଜ୍ୟ ସରକାର ଆଲୋଚନା

କେନ୍ଦ୍ରୀୟ ଟିମ୍ ପୁରୁଷୋତ୍ତମପୁର ବ୍ଲକ୍‌ର ଆଚୁଲି, ହାଣ୍ଡିଘର ଓ ହୀରାଧରବାଟି ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ସେହିପରି ହିଞ୍ଜିଳି ବ୍ଲକ୍‌ର ଘୋଡ଼ାହାଡ଼ ପୋଲ ଓ ଜୟମଙ୍ଗଳ ଜଳସେଚନ ପ୍ରକଳ୍ପର କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ଆସିକାର ଲକ୍ଷ୍ମୀ ବଜାର, ନବରତ୍ନପୁର ଓ ଉପଖଣ୍ଡ ଚିକିତ୍ସାଳୟ ସମେତ ଧରାକୋଟ ବ୍ଲକ୍‌ର ଜାହାଡ଼ା ଗ୍ରାମ ଓ ଜାନିବିଲି ଆନିକଟ ମଧ୍ୟ ଦେଖିଥିଲେ।

8-Member Central Team ବାତ୍ୟା ‘ଅର୍ଣ୍ଣବ’କ୍ଷୟକ୍ଷତିର ଆକଳନ:  ନଭେମ୍ବର ୨ରେ ଆସିବେ କେନ୍ଦ୍ରୀୟ ଆନ୍ତଃମନ୍ତ୍ରଣାଳୟସ୍ତରୀୟ ଟିମ୍

ଅନୁଧ୍ୟାନ ସମୟରେ ଚାଷଜମିରେ ବାଲିଚର ମାଡ଼ିଯିବା, ନଦୀବନ୍ଧ ଓ ଜଳସେଚନ ପ୍ରକଳ୍ପର କ୍ଷତି, ଗ୍ରାମ୍ୟ ରାସ୍ତା, ବିଦ୍ୟୁତ୍ ଭିତ୍ତିଭୂମି, ବାସଗୃହ, ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର କ୍ଷୟକ୍ଷତି ସମ୍ପର୍କରେ ଟିମ୍ ସବିଶେଷ ତଥ୍ୟ ସଂଗ୍ରହ କରିଥିଲା। ଏଥିସହ ବନ୍ୟା ବିପନ୍ନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଥିଲେ। ଚାଷଜମିକୁ ଯାଇ ଫସଲ ନଷ୍ଟର ପରିମାଣ ଅନୁଧ୍ୟାନ କରିବା ସହ ଆବଶ୍ୟକ ନମୁନା ମଧ୍ୟ ସଂଗ୍ରହ କରିଥିଲେ।

Central Team: ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ଗଜପତିରେ କେନ୍ଦ୍ରୀୟ ଟିମ୍, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ

ଏହା ପୂର୍ବରୁ ସକାଳେ ଗୋପାଳପୁର ସର୍କିଟ୍ ହାଉସ୍‌ଠାରେ ଜିଲ୍ଲା ପ୍ରଶାସନ ସହ କେନ୍ଦ୍ରୀୟ ପ୍ରତିନିଧି ଦଳର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବିଜୟ ଅମୃତ କୁଲାଙ୍ଗେ ଓ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଜିଲ୍ଲାର ବିଭିନ୍ନ ବିଭାଗର କ୍ଷୟକ୍ଷତି ସମ୍ପର୍କରେ ପ୍ରତିନିଧି ଦଳକୁ ଅବଗତ କରାଇଥିଲେ। ବିଭାଗୱାରୀ କ୍ଷତିର ବିବରଣୀ ଓ ପୁନରୁଦ୍ଧାର କାର୍ଯ୍ୟର ସ୍ଥିତି ଉପସ୍ଥାପନ କରାଯାଇଥିଲା।

ଏହି ଗସ୍ତ ସମୟରେ ରାଜସ୍ୱ ଆୟୁକ୍ତ ଓ ଜିଲ୍ଲାପାଳଙ୍କ ସମେତ ସମ୍ପୃକ୍ତ ଅଞ୍ଚଳର ଜନପ୍ରତିନିଧି, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ଉପଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାରମାନେ ଉପସ୍ଥିତ ରହି କେନ୍ଦ୍ରୀୟ ଟିମ୍‌କୁ ଆବଶ୍ୟକ ସହଯୋଗ କରିଥିଲେ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.