Cyclone preparedness: ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ମୁକାବିଲା ସମୀକ୍ଷା: ଶୂନ ମୃତାହତ ଲକ୍ଷ୍ୟ, ୨୮ ଓ ୨୯ ତାରିଖରେ ୫ ଜିଲ୍ଲାରେ ସ୍କୁଲ, କଲେଜ, ଅଙ୍ଗନବାଡ଼ି ଛୁଟି

2 days ago 5
ARTICLE AD BOX

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତିଥର ଭଳି ଏଥର ମଧ୍ୟ ଜିରୋ କାଜୁଆଲଟି ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ୨୮ ତାରିଖରେ ସ୍ଥଳଭାଗ ଛୁଇଁବ। ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଧିକ ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାକୁ ଥିବାରୁ ସେଠାକାର ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ୨୮ ଓ ୨୯ ତାରିଖରେ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଉପକୂଳବର୍ତ୍ତୀ ଅନ୍ୟ ଜିଲ୍ଲାଗୁଡ଼ିକରେ ବର୍ଷା ହେବାକୁ ଥିବାରୁ ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ, କଲେଜ ଛୁଟି କରିବା ନେଇ ନିଷ୍ପତ୍ତି ନେବେ। ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକ ପ୍ରସ୍ତୁତ କରାଯାଇଛି। ରୋଗୀ ଓ ଗର୍ଭବତୀ ମହିଳାମାନଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦିଆଯାଇଛି।

Kalinga Ghati: କଳିଙ୍ଗା ଘାଟିରେ ଭୂସ୍ଖଳନ ସ୍ଥଳ ଏବଂ ରାସ୍ତା ଅନୁଧ୍ୟାନ କଲେ ଦିଲ୍ଲୀ ଆଇଆଇଟିର ବିଶେଷଜ୍ଞ ଦଳ

ସେହିପରି ଉଦ୍ଧାର ପାଇଁ ୬୦ଟି ଓଡ୍ରାଫ୍‌, ୧୭ଟି ଏନ୍‌ଡିଆରଏଫ୍‌ ଓ ୨୨୫ଟି ଅଗ୍ନିଶମ ଦଳ ସଜାଗ ରହିଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ପ୍ରଭାବିତ ଅଞ୍ଚଳର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ରରେ ସାପକାମୁଡ଼ା ଇଞ୍ଜେକ୍ସନ୍, ଔଷଧ ଓ ଚିକିତ୍ସା ଉପକରଣ ଉପଲବ୍ଧ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ପରିସ୍ଥିତିରେ ତତକ୍ଷଣାତ ପୁନଃନିର୍ମାଣ ପାଇଁ ସମସ୍ତ ଇଞ୍ଜିନିୟରିଂ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଅମଳ ସମୟ ପାଖେଇ ଆସୁଥିବାରୁ ଚାଷୀଙ୍କୁ ଆଗୁଆ ସତର୍କ କରି ଫସଲ କାଟି ସୁରକ୍ଷିତ ରଖିବା ପାଇଁ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର, ଅଗ୍ନିଶମ ବିଭାଗ ଡିଜି, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ, ସ୍ୱାସ୍ଥ୍ୟ ସଚିବ, ଏସଆର୍‌ସିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Narendra Modi: ଓଡ଼ିଶାରେ ଆଜି ଆରବିଆଇ ଡାଟା ସେଣ୍ଟର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଅନ୍ୟପକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କୃଷି ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ସମସ୍ତ କୃଷି ଅଧିକାରୀ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ନ ଯିବାକୁ ପରାମର୍ଶ ଦିଆଯିବା ସହ ଅକ୍ଟୋବର ୨୫ରୁ ନଭେମ୍ବର ୭ ପର୍ଯ୍ୟନ୍ତ ସେମାନଙ୍କ ଛୁଟି ବାତିଲ ହୋଇଛି। କୃଷି ବିଭାଗ ତରଫରୁ ଚାଷୀଙ୍କ ପାଇଁ ଏକ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍‌ ଖୋଲିବା ସହ ଟୋଲ୍ ଫ୍ରି ନମ୍ବର ୧୫୫୩୩୩ ଜାରି ହୋଇଛି। ଓୟୁଏଟି କୁଳପତି ପ୍ରଫେସର ପ୍ରଭାତ ରାଉଳ ଉପସ୍ଥିତ ରହି ପ୍ରବଳ ବର୍ଷା ଏବଂ ପବନର ପ୍ରତିକୂଳ ପ୍ରଭାବରୁ ଧାନ ଓ ଅଣଧାନ ଫସଲକୁ ସୁରକ୍ଷା ଦେବା ପାଇଁ କୃଷି-ପରାମର୍ଶ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଭାବେ ବୁଝାଇଥିଲେ। ବୈଠକରେ କୃଷି ସଚିବ ସଚିନ ରାମଚନ୍ଦ୍ର ଯାଦବ, ଆଇଏମ୍‌ଡିର ଆଞ୍ଚଳିକ ନିର୍ଦ୍ଦେଶକ ମନୋରମା ମହାନ୍ତି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇଥିଲେ। ସେହିପରି ଅଗ୍ନିଶମ ବିଭାଗର ପ୍ରସ୍ତୁତି ସମ୍ପର୍କରେ ସିଏଫ୍‌ଓ ରମେଶ ଚନ୍ଦ୍ର ମାଝୀ କହିଲେ, ବିପର୍ଯ୍ୟୟ ମୁକାବିଲା ଲାଗି ୬ଟି ଜିଲ୍ଲାର ଅଗ୍ନିଶମ ବାହିନୀକୁ ହାଇଆଲର୍ଟ ରଖାଯାଇଛି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.