ARTICLE AD BOX
ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି। ବୁଢ଼ାବଳଙ୍ଗ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲା ପ୍ରଶାସନ ୨୦୨୬ ଅଗଷ୍ଟ ୧୭ ତାରିଖ ଦିନ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ଯୋଡ଼ାସ୍ଥିତ ଅଭିଯୋଗ ଶୁଣାଣି ସ୍ଥଗିତ ରଖାଯାଇଛି। ଅନ୍ୟପଟରେ ପାଣିପାଗ ବିଭାଗ ବାଲେଶ୍ବର, ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ୪ ଜିଲ୍ଲାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାସହ ବାକି ସବୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।
Heavy Rain in Rourkela ରାଉରକେଲାରେ ପ୍ରବଳ ବର୍ଷା: ଆରଏମ୍ସିର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

1 week ago
5


