ARTICLE AD BOX
ଭୁବନେଶ୍ୱର: ଦୁର୍ନୀନି ନିବାରଣ ସପ୍ତାହ (ଭିଜିଲାନ୍ସ ୱିକ) ଅବସରରେ ଆଜି (ମଙ୍ଗଳବାର) ରାଜ୍ୟସ୍ତରୀୟ ସଚ୍ଚୋଟତା ଓ ସାଧୁତାର ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁର୍ନୀତି ନିବାରଣରେ ପୂର୍ବ ସରକାରଙ୍କ ବିଫଳ ହୋଇଥିବା ବେଳେ ତାଙ୍କ ସରକାରଙ୍କ ସଫଳ ହୋଇଛି ବୋଲି ଦୃଢ଼ୋକ୍ତି କରିଛନ୍ତି।
Workshop: ‘ସ୍ୱଚ୍ଛତା, ବିଶ୍ୱାସ ଏବଂ ଦଳଗତ କାର୍ଯ୍ୟ ଦୁର୍ନୀତି ନିବାରଣ ଭାବନାକୁ ପ୍ରୋତ୍ସାହିତ କରିଥାଏ’
ଲୋକସେବା ଭବନ କନ୍ଭେନ୍ସନ ସେଣ୍ଟର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି, ପୂର୍ବ ପରି ଶାସନ ଆଇଭରି ଟାୱାରରୁ ଚାଲୁ ନାହିଁ, ସରକାର ଲୋକଙ୍କ ପାଖକୁ ଯାଉଛନ୍ତି, ଲୋକଙ୍କ କଥା ଶୁଣୁଛନ୍ତି। ଜନଶୁଣାଣି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକମାନେ ତାଙ୍କ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ସମ୍ମୁଖୀନ ହେଉଥିବା ଦୁର୍ନୀତି ବିଷୟରେ ଅବଗତ କରାଉଛନ୍ତି ଓ ତଦନୁଯାୟୀ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଉଛି।
Supremecourt Verdict: ଦୁର୍ନୀତି ନିବାରଣ ଆଇନର ଧାରା ୧୭ଏ ଶୁଣାଣି: ସାମ୍ବିଧାନିକ ବୈଧତା ନେଇ ବିଭାଜିତ ରାୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ JAM ବ୍ୟବସ୍ଥା ପାଇଁ ତାଙ୍କୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଟେକ୍ନୋଲୋଜିକୁ ବ୍ୟବହାର କରି ମୋଦୀଜୀ ତୃଣମୂଳ ସ୍ତରରେ ଦୁର୍ନୀତିକୁ ସମ୍ପୂର୍ଣ୍ଣ ମୂଳତ୍ପାଟନ କରିଛନ୍ତି। ବାଟମାରଣା ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ଏହି ବ୍ୟବସ୍ଥା ଗରିବଙ୍କ ପାଇଁ ଭଗବାନଙ୍କ ବରଦାନ ଠାରୁ କିଛି କମ୍ ନୁହେଁ ବୋଲି ସେ କହିଥିଲେ।
ଚା ଦୋକାନରେ ନେଉଥିଲେ ଲାଞ୍ଚ ଟଙ୍କା, ମାଡିବସିଲା ଦୁର୍ନୀତି ନିବାରଣ ଟିମ
ଦୁର୍ନୀତି ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଅଢେଇ ବର୍ଷ ମଧ୍ୟରେ ଓଡିଶା ଭିଜିଲାନ୍ସ ପକ୍ଷରୁ ଜଣେ ଆଇ.ଏ.ଏସ୍, ୮ ଜଣ ମୁଖ୍ୟ ଯନ୍ତ୍ରୀ ପାହ୍ୟାର ଅଧିକାରୀ, ୨ ଜଣ ବିଭାଗୀୟ ବନ ଅଧିକାରୀ, ଅବକାରୀ ଏବଂ ଏସ୍.ଟି.ଏ ର ଯୁଗ୍ମ କମିଶନର, ୩ ଜଣ ଖଣି ଉପନିର୍ଦ୍ଦେଶକ, ୫ ଜଣ ତହସିଲଦାର, ୪ ଜଣ ବିଡିଓ ଏବଂ ଅନେକ ସରକାରୀ ପଦାଧିକାରୀଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି। ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ୪୧ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି ଏବଂ ୯୧ ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ କରାଯାଇଛି। ୨୦୨୫ରେ କନ୍ଭିକ୍ସନ ରେଟ୍ ୫୦ ପ୍ରତିଶତ ଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ସର୍ବାଧିକ ୬୫ ପ୍ରତିଶତରେ ପହଞ୍ଚିଛି। ଦୁର୍ନୀତି କ୍ଷେତ୍ରରେ ଏଭଳି ଉଚ୍ଚ ଦଣ୍ଡବିଧାନ ହାର ପାଇଁ ଓଡିଶା ଭିଜିଲାନ୍ସ ରାଜ୍ୟ ଭିତରେ ଓ ବାହାରେ ପ୍ରଶଂସିତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ।
Odisha Vigilance: ୨.୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗ: ୬ ମାସ ଧରି ଫେରାର ଥିବା ବନ ବିଭାଗ କର୍ମଚାରୀ ବାବୁଲୁ ସୁନା ଗିରଫ
ଦୁର୍ନୀତି ନିୟନ୍ତ୍ରଣ କ୍ଷେତ୍ରରେ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏ କ୍ଷେତ୍ରରେ ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗ ପାଇଁ Odisha IT Policy ଅନୁମୋଦନ କରାଯାଇଛି। ଓଡିଶା ଭିଜିଲାନ୍ସରେ ଏକ Preventive Vigilance Research Wing ଗଠନ କରାଯାଉଛି। ଏହାଦ୍ୱାରା ଦୁର୍ନୀତି ହେଉଥିବା ସ୍ଥାନ ଓ ଦୁର୍ନୀତିଗ୍ରସ୍ତକୁ ଚିହ୍ନଟ କରାଯାଇ ଶାସନ ବ୍ୟବସ୍ଥାକୁ ଆହୁରି ସ୍ୱଚ୍ଛ ଓ ପାରଦର୍ଶୀ କରାଯିବ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ପଦାଧିକାରୀ ଓ ଅତିଥିମାନଙ୍କୁ ଦୁର୍ନୀତି ବିରୁଦ୍ଧରେ ସାଧୁତାର ଶପଥ ପାଠ କରାଇଥିଲେ।
Vigilance raid: ଜମିର କିସମ ବଦଳାଇବା ପାଇଁ ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ି ବସିଲା ଭିଜିଲାନ୍ସ
ଏହି ଅବସରରେ ମୁଖ୍ୟମନ୍ତ୍ରୀ, ୨୦୨୫ ବର୍ଷ ପାଇଁ ଶ୍ରେଷ୍ଠ ଭିଜିଲାନ୍ସ ଡିଭିଜନ ଭାବେ କୋରାପୁଟ ଡିଭିଜନ, ଶ୍ରେଷ୍ଠ ୟୁନିଟ ଭାବେ ଅନୁଗୋଳ ୟୁନିଟ, ଶ୍ରେଷ୍ଠ ଆଇ.ଓ ଭାବେ ମାଲକାନଗିରି ଭିଜିଲାନ୍ସ ଡିଏସପି ସଦାନନ୍ଦ ପାଣି, ଶ୍ରେଷ୍ଠ ମହିଳା ଆଇ.ଓ ଭାବେ ଭୁବନେଶ୍ୱର ଡିଭିଜନର ବୈଭବମାଳା ସ୍ୱାଇଁ ଏବଂ ଶ୍ରେଷ୍ଠ ପବ୍ଲିକ ପ୍ରୋସିକ୍ୟୁଟର ଭାବେ ଭୁବନେଶ୍ୱର ଭିଜିଲାନ୍ସ ସ୍ପେସାଲ ଜଜ୍ କୋର୍ଟର ସଲିଳ କୁମାର ପ୍ରଧାନଙ୍କୁ ପୁରସ୍କୃତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଭିଜିଲାନ୍ସ ନିର୍ଦ୍ଦେଶକ ଯଶବନ୍ତ କୁମାର ଜେଠୱା, ଭିଜିଲାନ୍ସ ଅତିରିକ୍ତ ନିର୍ଦ୍ଦେଶକ ଅସିତ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

5 hours ago
6


