Light rain for two days: ଦୁଇ ଦିନ ହାଲୁକା ବର୍ଷା

1 week ago 3
ARTICLE AD BOX

ଭୁବନେଶ୍ବର: ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଝାଡ଼ଖଣ୍ଡ ଓ ବିହାର ମଧ୍ୟ ଦେଇ ଗତି କରିବ ଏବଂ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରଭାବରେ ବୁଧବାର ପୂର୍ବାହ୍ଣ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Bazar Kolkata: କାର୍ତ୍ତିକ ଆର୍ଯ୍ୟନ ବଜାର କୋଲକାତା ବ୍ରାଣ୍ଡ୍‌ ଆମ୍ବାସଡର୍‌

ପରବର୍ତ୍ତୀ ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ତେବେ ଅଗଷ୍ଟ ୨୨ ଓ ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ୨୨ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତକାଲି ସକାଳ ୮ଟାରୁ ଆଜି ସକାଳ ୮ଟା ମଧ୍ୟରେ ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇଥିବା ବେଳେ ୩ଟି ସ୍ଥାନରେ ଅତିପ୍ରବଳ ବର୍ଷା ଓ ୨୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

Neglect: ପାହାଡ଼ ତଳ ଗାଁରେ ପ୍ରଳୟ ପରିସ୍ଥିତି; ନିରାଶ୍ରୟ, ଅସହାୟ ଅବସ୍ଥାରେ ୩୧ ପରିବାର

Read Entire Article
LEFT SIDEBAR AD

Hidden in mobile, Best for skyscrapers.