Naveen: ଗଞ୍ଜାମ ଜିଲ୍ଲାପାଳଙ୍କ ସହ କଥା ହେଲେ ନବୀନ

1 hour ago 1
ARTICLE AD BOX

ଭୁବନେଶ୍ୱର: ହିଞ୍ଜିଳି ଓ ଶେରଗଡ଼ ସମେତ ଗଞ୍ଜାମ ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ଗଞ୍ଜାମ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି। ବିପନ୍ନ ଲୋକଙ୍କ ଉଦ୍ଧାର ଓ ରିଲିଫ ସମ୍ପର୍କରେ ନିଆଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ଜିଲ୍ଲାପାଳ ବିରୋଧୀଦଳ ନେତାଙ୍କୁ ଅବଗତ କରିଥିଲେ। ଅର୍ଣ୍ଣବ ବାତ୍ୟା ଜନିତ ଏହି ଅଦ୍ଭୂତପୂର୍ବ ବନ୍ୟା ଯୋଗୁଁ ଗଞ୍ଜାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଥି ପାଇଁ ଶ୍ରୀ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ବିପନ୍ନ ଲୋକଙ୍କ ନିକଟରେ ତୁରନ୍ତ ଆବଶ୍ୟକ ରିଲିଫ ଓ ଅନ୍ୟ ସହାୟତା ଯୋଗାଇ ଦେବା ପାଇଁ ପରାମର୍ଶ ଦେଇଥିଲେ। 

SBI: ଷ୍ଟେଟ୍ ବ୍ୟାଙ୍କ ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଗଞ୍ଜାମ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପାଇଁ  ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳକୁ ଗଞ୍ଜାମ ପଠାଇଛନ୍ତି। ଏଥିରେ ବରିଷ୍ଠ ନେତା ପ୍ରତାପ ଜେନା, ଟୁକୁନି ସାହୁ, ବିକ୍ରମ ପଣ୍ଡା, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଚନ୍ଦ୍ର ଶେଖର ସାହୁ, ଭୃଗୁ ବକ୍ସି ପାତ୍ର, ଚିନ୍ମୟ ସାହୁ, ରଂଜିତା ସାହୁ ଓ ସଂଘମିତ୍ରା ଦଳେଇ ସାମିଲ ହୋଇଛନ୍ତି। ଏହି ପ୍ରତିନିଧି ଦଳ ଆଜି ଓ ଆସନ୍ତା କାଲି ଦୁଇ ଦିନ ଧରି ଗଞ୍ଜାମ ଗସ୍ତ କରି ବିପନ୍ନ ଲୋକଙ୍କୁ ଭେଟିବା ସହ କ୍ଷୟକ୍ଷତି ଆକଳନ କରିବ। ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଆର୍‌ଡିସି ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବ। ପରେ କମିଟି ବିରୋଧୀଦଳ ନେତାଙ୍କୁ ତା’ର ରିପୋର୍ଟ ପ୍ରଦାନ କରିବ। ସେହିପରି ଲୋକଙ୍କ ଏହି ଦୁଃଖ ସମୟରେ ଲୋକଙ୍କ ସହ ରହିବା ଓ ସେମାନଙ୍କ ସେବା କରିବା ପାଇଁ ଶ୍ରୀ ପଟ୍ଟନାୟକ ବିଜେଡି କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। 

ଗଞ୍ଜାମ ବନ୍ୟା ପରିସ୍ଥିତି ସମ୍ପର୍କରେ ଆଲୋଚନା
ଗଞ୍ଜାମ ଗସ୍ତରେ ବିଜେଡି ପ୍ରତିନିଧି ଦଳ
ବାତ୍ୟା ଓ ବନ୍ୟା ପରିଚାଳନାକୁ ନେଇ ସରକାରଙ୍କୁ ବିଜେଡିର ଟାର୍ଗେଟ୍‌

ଅପର ପକ୍ଷରେ ଗଞ୍ଜାମ ଓ ଗଜପତି ବନ୍ୟା ପରିଚାଳନାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛି ବିଜେଡି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଆଗୁଆ ସତର୍କ ସୂଚନା ଜାରି ହୋଇଥିବା ସତ୍ତ୍ୱେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବାତ୍ୟା ଓ ବନ୍ୟା ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି କରିବାରେ ସରକାର ବିଫଳ ହୋଇଛନ୍ତି ବୋଲି ଦଳ ଅଭିଯୋଗ କରିଛି। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ପ୍ରମିଳା ମଲ୍ଲିକ ଓ ପ୍ରତାପ ଜେନା କହିଥିଲେ, ସରକାର ଯଦି ଆଗୁଆ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିଥାନ୍ତେ, ତେବେ ଏପରି ଅବସ୍ଥା ହୋଇନଥା’ନ୍ତା। ବିଶେଷ କରି ଜଳଭଣ୍ଡାର ପରିଚାଳନା, ଜଳ ନିଷ୍କାସନର ବ୍ୟବସ୍ଥା ଏବଂ ଦୁର୍ବଳ ନଦୀବନ୍ଧ ଗୁଡ଼ିକର ମରାମତି ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ଥିଲା। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅବୈଧ ବାଲି ଉତ୍ତୋଳନ ଯୋଗୁଁ ଅନେକ ନଦୀବନ୍ଧ କ୍ଷତିଗ୍ରସ୍ତ ହୋଇଥିଲା, ଯାହାଫଳରେ ବନ୍ୟା ବିଭୀଷିକା ସୃଷ୍ଟି ହେଲା। ଅତ୍ୟଧିକ ବର୍ଷା ହେବା ନେଇ ଆଗୁଆ ସୂଚନା ଥିବା ସତ୍ତ୍ୱେ ସରକାର କାହିଁକି ଆଗୁଆ ପଦକ୍ଷେପ ନେଲେ ନାହିଁ ? ବନ୍ୟା ବିପନ୍ନ ଲୋକଙ୍କୁ ସହାୟତା ଯୋଗାଇବା ଦେବା ପରିବର୍ତ୍ତେ ସରକାର ନିଜ ପ୍ରଚାର ଓ ପ୍ରସାରରେ ବ୍ୟସ୍ତ। ଏବେ ବି ଅନେକ ବନ୍ୟା ବିପନ୍ନ ପରିବାର ପାଖରେ ରିଲିଫ୍ ସାମଗ୍ରୀ ପହଞ୍ଚିପାରିନାହିଁ।

Delhi traders: ଇଣ୍ଡିମେଣ୍ଟର ସମାବେଶ ଘୁଞ୍ଚାଇବାକୁ ବ୍ୟବସାୟୀଙ୍କ ନିବେଦନ

ସରକାର ତୁରନ୍ତ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ବନ୍ୟା ପ୍ରଭାବିତ ଲୋକଙ୍କୁ ବିନା ପକ୍ଷପାତିତାରେ ସହାୟତା ଯୋଗାଇ ଦିଅନ୍ତୁ। ରନ୍ଧା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ଓ ଅତ୍ୟାବଶ୍ୟକ ସାମଗ୍ରୀ ସମୟୋଚିତ ଭାବେ ବଣ୍ଟନ କରାଯାଉ। ମୁଖ୍ୟମନ୍ତ୍ରୀ ଓ ସମ୍ପୃକ୍ତ ମନ୍ତ୍ରୀମାନେ ରାଜନୈତିକ ବିଚାରଧାରାରୁ ଊର୍ଧ୍ବରେ ରହି ଗଞ୍ଜାମ ଓ ଗଜପତି ଜିଲ୍ଲାର ଲୋକଙ୍କ ସୁରକ୍ଷା, ଜୀବିକା ଓ ଥଇଥାନକୁ ପ୍ରାଥମିକତା ଦିଅନ୍ତୁ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.