Puri Development Plan ପୁରୀର କାୟାକଳ୍ପ ପାଇଁ ମାଷ୍ଟରପ୍ଲାନ୍‌: ବିମାନବନ୍ଦର, ମନ୍ଦିର, ବେଳାଭୂମି ଓ ରାସ୍ତା ଉନ୍ନତିକୁ ଗୁରୁତ୍ୱ

2 weeks ago 6
ARTICLE AD BOX

ଭୁବନେଶ୍ୱର: ଲୋକସେବା ଭବନଠାରେ ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। 

ଏହି ସମୀକ୍ଷା ବୈଠକରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ କାର୍ଯ୍ୟ, ରଘୁନନ୍ଦନ ପାଠାଗାରର ପୁନଃନିର୍ମାଣ ଏବଂ ଶ୍ରୀଜଗନ୍ନାଥ ଇଣ୍ଟରପ୍ରିଟେସନ୍ ସେଣ୍ଟର ସ୍ଥାପନ କାର୍ଯ୍ୟ, ପର୍ଯ୍ୟଟକଙ୍କ ଆକର୍ଷଣ ପାଇଁ ନୂତନ ପ୍ରମୋଦ ଉଦ୍ୟାନ ନିର୍ମାଣ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଶ୍ରୀଗୁଣ୍ଡିଚା ମନ୍ଦିରର ସର୍ବାଙ୍ଗୀନ ବିକାଶ ସହ ମହାପ୍ରସାଦ ରନ୍ଧନ ପାଇଁ ଏକ ସମ୍ପୂର୍ଣ୍ଣ ନୂତନ ରୋଷଶାଳା ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି।

Puri development ଭବ୍ୟ ହେବ ମ‌ହୋଦଧୀ ଆରତୀ, ଆଧ୍ୟାତ୍ମିକ ହେବ ବେଳାଭୂମି, ବିକଶିତ ହେବ ଗୋବର୍ଦ୍ଧନ ପୀଠ

ଶ୍ରୀମନ୍ଦିର ବଡ଼ଦାଣ୍ଡରୁ ହଟାଯାଇଥିବା ଉଠା ଦୋକାନୀମାନଙ୍କୁ ଶ୍ରୀସେତୁ ନିକଟରେ ଜରୁରୀକାଳୀନ ଭିତ୍ତିରେ ତୁରନ୍ତ ଥଇଥାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସାକ୍ଷୀଗୋପାଳର ପ୍ରସିଦ୍ଧ ଗୋପାଳଜୀଉ ମନ୍ଦିର, ଅତିବଡ଼ୀ ଜଗନ୍ନାଥ ଦାସଙ୍କ ସାତଲହଡ଼ି ମଠ ସମେତ ପୁରୀର ବିଭିନ୍ନ ପ୍ରସିଦ୍ଧ ମଠ ଏବଂ କାକଟପୁରର ମାଆ ମଙ୍ଗଳା ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ରାସ୍ତା ସଂଯୋଗୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବ। ସତ୍ୟବାଦୀ ବନବିଦ୍ୟାଳୟକୁ ପୁରାତନ ଗୁରୁକୁଳ ଶିକ୍ଷା ପଦ୍ଧତି ଆଧାରରେ ପୁନରୁଦ୍ଧାର କରାଯିବା ସହ ବକୁଳବନର ପୁନରୁଦ୍ଧାର କରାଯାଉଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଐତିହାସିକ ଅଠରନଳା ନିକଟରେ ଏକ ଆଇକନିକ୍ ହେରିଟେଜ୍ ବ୍ରିଜ୍‌ର ପୁନଃନିର୍ମାଣ, ଅନ୍ନପୂର୍ଣ୍ଣା ଥିଏଟରର ପୁନଃବିକାଶ, ପୁରୀ ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସନ୍ଧ୍ୟା ଆଳତି, ମହାପ୍ରଭୁଙ୍କ 'ସାଗର ବିଜେ' ନୀତିର ସୁପରିଚାଳନା ଏବଂ ସ୍ୱର୍ଗଦ୍ୱାରର ସାମଗ୍ରିକ ଉନ୍ନତିକରଣ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।

ପୁରୀ ବିକାଶ ପାଇଁ ୫ ଯୁବ ଆଇଏଏସଙ୍କୁ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଯୋଗାଯୋଗ ଓ ଭିତ୍ତିଭୂମି କ୍ଷେତ୍ରରେ ପୁରୀରୁ ବ୍ରହ୍ମଗିରି, ପୁରୀରୁ କୋଣାର୍କ ଏବଂ ପୁରୀ-ଭୁବନେଶ୍ୱର ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟ ଉପରେ ବୈଠକରେ ଚର୍ଚ୍ଚା ହୋଇଥିଲା। ଏହାବ୍ୟତୀତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ, ବ୍ଲୁ ଫ୍ଲାଗ୍ ବିଚ୍, ଅସ୍ତରଙ୍ଗ ବନ୍ଦର ଏବଂ କୋଣାର୍କ ମନ୍ଦିର ସଂଲଗ୍ନ ପ୍ରକଳ୍ପଗୁଡ଼ିକର ବିସ୍ତୃତ ସମୀକ୍ଷା କରାଯାଇଥିଲା। 

Puri Jagannath: ପୋର୍ଟାଲରେ ରହିବ ଶ୍ରୀଜଗନ୍ନାଥଙ୍କ ସବୁଜମି ଦଖଲକାରୀ ତଥ୍ୟ; ଉପକୃତ ହେବେ ସେବାୟତ ଓ ଅଣସେବାୟତ

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ , ଉନ୍ନୟନ କମିଶନର ଡି.କେ ସିଂହ , ମୁଖ୍ୟମନ୍ତ୍ରୀଙ୍କ  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର , ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଏବଂ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ  ପ୍ରମୁଖ ଉପସ୍ଥିତ ରହି ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

Read Entire Article
LEFT SIDEBAR AD

Hidden in mobile, Best for skyscrapers.