ARTICLE AD BOX
ଭୁବନେଶ୍ୱର/ ଛତ୍ରପୁର: ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ପ୍ରଭାବିତ ଅଞ୍ଚଳରେ ରିଲିଫ୍, ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଜି (ରବିବାର) ଲୋକସେବା ଭବନଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହାସହ ବନ୍ୟା ପ୍ରଭାବିତ ଗଞ୍ଜାମଜିଲ୍ଲା ଗସ୍ତରରେ ଯାଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଜି ଛତ୍ରପୁରରେ ପହଞ୍ଚିଛନ୍ତି।
Heavy rain: ଛତ୍ରପୁର ଜରୁରୀକାଳୀନ କାର୍ଯ୍ୟାଳୟରେ ପହଞ୍ଚି ସ୍ଥିତି ସମୀକ୍ଷା କଲେ ବ୍ରହ୍ମପୁର ଆର୍ଡିସି
ଗତ କିଛି ଦିନ ଧରି ପଞ୍ଚାୟତିରାଜ ମନ୍ତ୍ରୀ କନ୍ଧମାଳ ଜିଲ୍ଲାର ବିଭିନ୍ନ ବାତ୍ୟା ଓ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ। ସେଠାରୁ ଫେରିବା ପରେ ବିଭାଗୀୟ ଅଧିକାରୀଙ୍କ ସହ ଥଇଥାନ, ପୁନର୍ବାସ, ଥଇଥାନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଗିରିଶ ଏସ.ଏନ୍., ଗ୍ରାମ୍ୟ ଉନ୍ନୟନ ବିଭାଗର ଶାସନ ସଚିବ ଯାମିନୀ ଷଡ଼ଙ୍ଗୀ, ବିଭାଗୀୟ ନିର୍ଦ୍ଦେଶକବୃନ୍ଦ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବୋଚ୍ଚଯନ୍ତ୍ରୀ (EIC) ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ସମ୍ଭାବ୍ୟ ବାତ୍ୟା ‘ମୁରାସୁ’ର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଓ ସତର୍କତା ଅବଲମ୍ବନ କରିବାକୁ ମନ୍ତ୍ରୀ ଶ୍ରୀ ନାଏକ ଗୁରୁତ୍ୱାରୋପ କରିଥିଲେ। ବିଶେଷକରି ପ୍ରଭାବିତ ହେବାର ସମ୍ଭାବନା ଥିବା ଅଞ୍ଚଳଗୁଡ଼ିକରେ ପାନୀୟ ଜଳ ଯୋଗାଣ, ଆବଶ୍ୟକୀୟ ସାମଗ୍ରୀ ଓ ଜରୁରୀକାଳୀନ ସେବାର ଉପଲବ୍ଧତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
/filters:format(webp)/sambad/media/media_files/2026/11/01/manmohan-samal-at-chhatrapur-2026-11-01-19-01-08.jpeg)
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଜି ଗଞ୍ଜାମ ଜିଲ୍ଲାର ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରରେ ପହଞ୍ଚିଛନ୍ତି।
Manmohan Samal: ବିଜେଡିର ଆନ୍ଦୋଳନ ପ୍ରସଙ୍ଗରେ କଡ଼ା ପ୍ରତିକ୍ରିୟା ରଖିଲେ ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ
ଏହି ଗସ୍ତ ଅବସରରେ ସେ ଗଞ୍ଜାମ ବ୍ଲକ୍ର ପୋଇରାସି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବରପାଲି ଓ ଭୂଆଁଭୁଇଁ ଗ୍ରାମ ସମେତ ଛତ୍ରପୁର ବ୍ଲକ୍ର ପୋଟଲାମପୁର ପଞ୍ଚାୟତ ଏବଂ ଅନ୍ୟାନ୍ୟ ବନ୍ୟା ପ୍ରଭାବିତ ଓ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ସମୟରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତି, ଲୋକଙ୍କ ଦୁର୍ଦ୍ଦଶା ଏବଂ ପ୍ରଶାସନ ପକ୍ଷରୁ ଖାଦ୍ୟ ଓ ରିଲିଫ୍ ସାମଗ୍ରୀ ବଣ୍ଟନ ବ୍ୟବସ୍ଥାର ସେ ସମୀକ୍ଷା କରିଥିଲେ।
ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ବ୍ରହ୍ମପୁର ସାଂସଦଙ୍କ ପ୍ରତିନିଧି ରୁଈନା ପଟ୍ଟନାୟକଙ୍କ ସମେତ ବିଜେପିର ବହୁ ଦଳୀୟ ନେତୃବୃନ୍ଦ ଓ ଜନପ୍ରତିନିଧି ଉପସ୍ଥିତ ଥିଲେ।

1 hour ago
2


