SIR Special Drive from October 7 ଏସଆଇଆରରେ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର ଓ ଯୁବ ଭୋଟରଙ୍କୁ ସୁଯୋଗ:  ଅକ୍ଟୋବର ୭, ୮ ଓ ୯ରେ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ

3 weeks ago 4
ARTICLE AD BOX

 ୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀ କରିପାରିବେ ଆବେଦନ

ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା ଭୋଟରଙ୍କ ତାଲିକା CEO ଓଡ଼ିଶା ଓ ସମ୍ପୃକ୍ତ  ଜିଲ୍ଲା ୱେବସାଇଟ ରେ ଉପଲବ୍ଧ ହେବ 

ଭୁବନେଶ୍ୱର:  ଓଡ଼ିଶାରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬ ପରିପ୍ରେକ୍ଷୀରେ ଭୋଟର ତାଲିକାକୁ ଅଧିକ ସଠିକ, ସ୍ୱଚ୍ଛ ଓ ଅଦ୍ୟତନ କରିବା ଉଦ୍ଦେଶ୍ୟରେ ଆସନ୍ତାକାଲି (ବୁଧବାର) ଠାରୁ ରାଜ୍ୟରେ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ। ଅକ୍ଟୋବର ୭, ୮ ଓ ୯ ତାରିଖରେ ଏହି ସ୍ୱତନ୍ତ୍ର ଅଭିଯାନ ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ।

ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ଏସଆଇଆର ପ୍ରକ୍ରିୟାରେ କୌଣସି କାରଣରୁ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟରମାନଙ୍କୁ ପୁନଃ ଭୋଟର ତାଲିକାରେ ସାମିଲ କରିବା ଏବଂ ନୂତନ ଭାବେ ଯୋଗ୍ୟ ହୋଇଥିବା ଯୁବ ଭୋଟରମାନଙ୍କୁ ତାଲିକାରେ ସାମିଲ କରିବା।

ଯେଉଁ ଯୁବକ-ଯୁବତୀମାନେ  ୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଛନ୍ତି, ସେମାନେ ଭୋଟର ତାଲିକାରେ ନିଜ ନାମ ସାମିଲ କରିବା ପାଇଁ ଆବେଦନ କରିପାରିବେ। ଯୋଗ୍ୟ ଯୁବ ଭୋଟରମାନେ ଫର୍ମ-୬ ମାଧ୍ୟମରେ ନାମ ପଞ୍ଜୀକରଣ ପାଇଁ ନିଜ ବୁଥ ସ୍ତରୀୟ ଅଧିକାରୀ ଙ୍କ ନିକଟରେ ଆବେଦନ କରିପାରିବେ।

SIR Controversy: ଏସ୍‌ଆଇଆର୍‌ ବିବାଦ: କାଟିଥିଲେ, ଏବେ ଯୋଡ଼ିବେ, ବିଏଲ୍‌ଓମାନେ ଘରକୁ ଘର ବୁଲି ଯାଞ୍ଚ କରିବେ, ଫର୍ମ-୬ ଜରିଆରେ ପଞ୍ଜୀକରଣ କରାଇବେ

ଏଥିସହିତ, ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା ସମୟରେ ଯେଉଁ ଯୋଗ୍ୟ ଭୋଟରମାନଙ୍କ ନାମ କୌଣସି କାରଣରୁ ଚୂଡ଼ାନ୍ତ ଭୋଟର ତାଲିକାରେ ସାମିଲ ହୋଇପାରିନାହିଁ, ସେମାନେ ମଧ୍ୟ ଏହି ସ୍ୱତନ୍ତ୍ର ଅଭିଯାନ ସମୟରେ ନିଜ ନାମ ଯୋଡ଼ିବା ପାଇଁ ଆବେଦନ କରିପାରିବେ।

ଭୋଟର ତାଲିକାକୁ ଅଧିକ ନିର୍ଭୁଲ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ଚିହ୍ନଟ ହୋଇଥିବା ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା ଭୋଟରମାନଙ୍କ ସମ୍ପର୍କିତ ତାଲିକା ସମ୍ପୃକ୍ତ ଜିଲ୍ଲା  ଏବଂ CEO Odishaଙ୍କ ୱେବସାଇଟରେ ଉପଲବ୍ଧ କରାଯିବ।

SIR ପୂର୍ବରୁ ତାଲିକାରେ ଥିବା ଓ ନୂତନ ଯୋଗ୍ୟ ଭୋଟରଙ୍କ ନାମ ଯୋଡ଼ିବାକୁ ନିର୍ଦ୍ଦେଶ

ଏହି ତାଲିକା ସମ୍ପର୍କରେ ଆବଶ୍ୟକ ଯାଞ୍ଚ କରିବା ଓ ଯଦି କୌଣସି ଯୋଗ୍ୟ ଭୋଟରଙ୍କ ନାମ ଭୁଲବଶତଃ ଏଥିରେ ବାଦ୍ ପଡିଥାଏ  ତେବେ ତାହା ସମ୍ପର୍କରେ ଦାବି ଓ ଆପତ୍ତି ଦାଖଲ କରିବା ପାଇଁ ସୁଯୋଗ ରହିବ।


ସ୍ୱଚ୍ଛ ଓ ଅଦ୍ୟତନ ଭୋଟର ତାଲିକା ପ୍ରସ୍ତୁତି ପାଇଁ ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା  ଭୋଟରଙ୍କ ସମ୍ପର୍କିତ ତାଲିକା ସମସ୍ତ ସ୍ଵୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ମଧ୍ୟ ପ୍ରଦାନ କରାଯିବ। ରାଜନୈତିକ ଦଳର ପ୍ରତିନିଧିମାନେ ତାଲିକାକୁ ଯାଞ୍ଚ କରି ଆବଶ୍ୟକ ଦାବି ଓ ଆପତ୍ତି ଦାଖଲ କରିପାରିବେ।

ଏହା ମାଧ୍ୟମରେ ଭୋଟର ତାଲିକାରେ ଯୋଗ୍ୟ ବ୍ୟକ୍ତିଙ୍କ ନାମ ସୁନିଶ୍ଚିତ କରିବା ସହ ଅଯୋଗ୍ୟ କିମ୍ବା ଅସଙ୍ଗତ ଏଣ୍ଟ୍ରି ଚିହ୍ନଟ ଓ ସଂଶୋଧନ କରିବାରେ ସହାୟତା ମିଳିବ।

SIR ସରିଥିବା ରାଜ୍ୟରେ ଘୋଷଣାପତ୍ର ଦରକାର ନାହିଁ: ନିର୍ବାଚନ କମିସନଙ୍କ ସ୍ପଷ୍ଟୀକରଣ
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ନିର୍ଦ୍ଦେଶାନୁଯାୟୀ, ଜିଲ୍ଲାସ୍ତରରେ ସମସ୍ତ ବୁଥ୍‌ସ୍ତରୀୟ ଅଧିକାରୀଙ୍କୁ ବାଦ୍ ପଡିଥିବା ଯୋଗ୍ୟ  ଭୋଟର  ଓ ଯୁବ ଭୋଟରମାନଙ୍କୁ ଭୋଟର ତାଲିକାରେ ସାମିଲ କରିବା ସମ୍ପର୍କରେ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି।
ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବି ଏଲ ଓ ମାନଙ୍କୁ ନିଜ ନିଜ ଅଧୀନସ୍ଥ ଅଞ୍ଚଳରେ ଭୋଟର ତାଲିକାରେ ବାଦ୍ ପଡିଥିବା ଯୋଗ୍ୟ ଭୋଟର ନାମ ଓ ନୂତନ ଯୁବ ଭୋଟର ଙ୍କ ନାମ ପଞ୍ଜୀକରଣ ପ୍ରକ୍ରିୟାକୁ ସୁଗମ କରିବା ନିମନ୍ତେ ଆବଶ୍ୟକ ସହଯୋଗ ଓ ମାର୍ଗଦର୍ଶନ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

SIR Controversy: ଏସ୍‌ଆଇଆର୍ ବିବାଦ: ବିବାଦୀୟ ଫର୍ମ-୬ ନେଇ ସୁପ୍ରିମ୍‌କୋର୍ଟଙ୍କ କଡ଼ା ଆଭିମୁଖ୍ୟ, ଆମେ କରିନୁ, କିଏ କରିଛି ଦେଖିବୁ

ନାମ ଯୋଡ଼ିବାକୁ ଇଚ୍ଛୁକ ଯୋଗ୍ୟ ଭୋଟରମାନେ ନିଜ ନିଜ ବୁଥ୍‌ ସ୍ତରୀୟ ଅଧିକାରୀ (ବିଏଲଓ) ଙ୍କ ସହ ଯୋଗାଯୋଗ କରି ଆବେଦନ ପ୍ରକ୍ରିୟା ସମ୍ପର୍କରେ ସହାୟତା ନେଇପାରିବେ। ବୁଥ ସ୍ତରୀୟ ଅଧିକାରୀମାନେ ଯୋଗ୍ୟ ଭୋଟରଙ୍କୁ ଆବେଦନ ଦାଖଲ ପ୍ରକ୍ରିୟା ସମ୍ପର୍କରେ ଆବଶ୍ୟକ ସହଯୋଗ ପ୍ରଦାନ କରିବେ।

ତେଣୁ, ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ରେ ନାମ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର, ନୂତନ ଭାବେ ଯୋଗ୍ୟ ହୋଇଥିବା ଯୁବ ଭୋଟର ଏବଂ ଭୋଟର ତାଲିକାରେ ନିଜ ନାମ ସାମିଲ କରିବାକୁ ଯୋଗ୍ୟ ସମସ୍ତ ବ୍ୟକ୍ତି ଅକ୍ଟୋବର ୭, ୮ ଓ ୯ ତାରିଖରେ ଆୟୋଜିତ ସ୍ୱତନ୍ତ୍ର ଅଭିଯାନର ସୁଯୋଗ ନେଇ ଫର୍ମ-୬ ମାଧ୍ୟମରେ ଆବେଦନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଅନୁରୋଧ କରାଯାଇଛି।

Read Entire Article
LEFT SIDEBAR AD

Hidden in mobile, Best for skyscrapers.