Teacher: ରାଜଧାନୀରେ ଅହୋରାତ୍ର ଗଣଧାରଣା: ଗୁରୁମାନେ ଖୁସି ନାହାନ୍ତି, ବର୍ଷାରେ ଭିଜିଲେ ରାସ୍ତାରେ ଶୋଇଲେ

1 week ago 4
ARTICLE AD BOX

ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଅଣଅନୁଦାନପ୍ରାପ୍ତ, ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଏବଂ କର୍ମଚାରୀମାନେ ଆଜିଠାରୁ ମାହାତ୍ମାଗାନ୍ଧୀ ମାର୍ଗରେ ଅହୋରାତ୍ର ଗଣଧାରଣା ଆରମ୍ଭ କରିଛନ୍ତି। ଶିକ୍ଷକ କର୍ମଚାରୀମାନଙ୍କର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଅନୁଦାନଯୋଗ୍ୟ ବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ୨୦୦୪ ମସିହାଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ କର୍ମଚାରୀମାନଙ୍କୁ ବ୍ୟବସ୍ଥା ଅନୁସାରେ ଚାକିରି ସର୍ତ୍ତାବଳୀ, ପେନ୍‌ସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀକରଣ, ନୂତନ ପେନ୍‌ସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନ୍‌ସନ୍ ବ୍ୟବସ୍ଥା ଲାଗୁ କରିବା, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେବା ସହିତ ବରିଷ୍ଠତା ପ୍ରଦାନ କରିବା, ଗ୍ରେଡ୍‌-ପେରେ ଥିବା ଅସଙ୍ଗତି ଦୂରୀକରଣ, ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି ଓ ରାଜ୍ୟର ସମସ୍ତ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ସରକାରୀ ବିଦ୍ୟାଳୟରେ ପ୍ରଚଳିତ ସମାନ ସୁବିଧା ସୁଯୋଗ ଯଥା ମଧ୍ୟାହ୍ନଭୋଜନ, ଛାତ୍ରବୃତ୍ତି, ଶିକ୍ଷା ଉପକରଣ, ପୋଷାକ ଓ ସାଇକେଲ ଯୋଗାଇ ଦେବା ଆଦି ଅନ୍ତର୍ଭୁକ୍ତ। 

Accident: ହରିୟାଣାରେ ହାଇଭୋଲଟେଜ୍‌ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଲା କ୍ୟାଣ୍ଟର-ଟ୍ରକ୍‌‌

ଆଜି ସଂଧ୍ୟାରେ ଆନ୍ଦୋଳନକାରୀଙ୍କ ସହ ଗଣଶିକ୍ଷା ସଚିବ ଏନ୍‌ ତିରୁମାଲା ନାୟକ ଆଲୋଚନା କରିଥିଲେ ହେଁ ଏଥିରୁ କୌଣସି ସମାଧାନ ବାହାରିପାରି ନାହିଁ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସମନ୍ୱୟ ସମିତିର ମୁଖ୍ୟ ଆବାହକ ରଞ୍ଜନ କୁମାର ଦାଶ କହିଛନ୍ତି। ଏହି ଦାବିଗୁଡ଼ିକୁ ନେଇ ବହୁ ସଂଖ୍ୟାରେ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଆଜି ମାଷ୍ଟରକ୍ୟାଣ୍ଟିନରୁ ଏକ ଶୋଭାଯାତ୍ରାରେ ବାହାରି ଲୋୟର୍ ପିଏମ୍‌ଜିରେ ପହଞ୍ଚିଥିଲେ। ପ୍ରବଳ ବର୍ଷାରେ ଭିଜିଭିଜି ଆନ୍ଦୋଳନକାରୀମାନେ ଆନ୍ଦୋଳନରେ ବସିଥିଲେ। ସେଠାରେ ଏକ ସାଧାରଣ ସଭା କରି ଅହୋରାତ୍ର ଗଣଧାରଣାରେ ବସି ରହିଛନ୍ତି। ସଭାରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା), ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଅଲୋଷ୍ଟା), ନିଖିଳ ଉତ୍କଳ ସଂସ୍କୃତ ମହାସଂଘ, ନିଖିଳ ଉତ୍କଳ ମାଦ୍ରାସା ଶିକ୍ଷକ ସଂଘ, ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘ, ୬୬୨ବର୍ଗ କଲେଜ କର୍ମଚାରୀ ସଂଘ, ୪୮୮ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସମନ୍ୱୟ ସମିତି, ଅଣଅନୁଦାନପ୍ରାପ୍ତ ଶିକ୍ଷକ ସଂଘ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷକ ସଂଘ ଆଦି ସଂଗଠନର ମିଳିତ ନେତୃତ୍ୱ ଉପରୋକ୍ତ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପନ କରିଥିଲେ। ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ପ୍ରଶାନ୍ତ କୁମାର ପ୍ରଧାନ, ନିର୍ମଳା ପଣ୍ଡା, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ଅଜୟ କୁମାର ପତି, ରଞ୍ଜନ କୁମାର ପଣ୍ଡା, ଏମ୍‌ଏ କାସିମ୍ ବେଗ୍‌, ମଧୁସୂଦନ ଦେ ପ୍ରମୁଖ ଉପସ୍ଥିତ ଥିଲେ।

India GDP: ୨୦୩୬ ସୁଦ୍ଧା ଭାରତ ହେବ୨୦ ଟ୍ରିଲିଅନ ଡଲାର ଅର୍ଥନୀତି

Read Entire Article
LEFT SIDEBAR AD

Hidden in mobile, Best for skyscrapers.