ARTICLE AD BOX
ମାଲଦା/କୋଲକାତା: ପଶ୍ଚିମବଙ୍ଗର ମାଲଦା ଜିଲ୍ଲାରେ ରାଜନୈତିକ ହିଂସାର ଶିକାର ହୋଇଛନ୍ତି ଜଣେ ବିଜେପି ସମର୍ଥକ। ସମୀର ଘୋଷ ନାମକ ଏହି କର୍ମୀଙ୍କୁ ପ୍ରଥମେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯିବା ପରେ ଦୁଇ ରାଉଣ୍ଡ ଗୁଳି କରି ନିର୍ମମ ଭାବେ ହତ୍ୟା କରାଯାଇଛି। ବୁଧବାର ରାତିରେ ରାମକେଲି ଅଞ୍ଚଳରେ ଏହି ଦୁଃଖଦ ଘଟଣା ଘଟିଥିବା ନେଇ ପୁଲିସ ଗୁରୁବାର ସୂଚନା ଦେଇଛି।
ଏହି ହତ୍ୟାକାଣ୍ଡ ପଛରେ ବିରୋଧୀ ରାଜନୈତିକ ଦଳର ହାତ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସମୀରଙ୍କ ହତ୍ୟା ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ତୀବ୍ର ସଂଘର୍ଷ ଓ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ସଂଘର୍ଷରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ମାଲଦା ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଗୁଳି କରି ନିର୍ମମ ଭାବେ ହତ୍ୟା
ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବାରୁ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବ୍ୟାପକ ପୁଲିସ ବାହିନୀ ମୁତୟନ କରାଯାଇଛି। ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଥିବା ପୁଲିସ ଅଧିକାରୀମାନେ ପ୍ରକାଶ କରିଛନ୍ତି। ତେବେ ଏହି ହତ୍ୟାକାଣ୍ଡ ଓ ହିଂସା ମାମଲାରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନଥିବା ବେଳେ ପୁଲିସ ତଦନ୍ତ ଜାରି ରଖିଛି।

5 days ago
5


